ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଜୀବନ ହାରିଲେଣି ୬୧୬

ଭୁବନେଶ୍ବର:-ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୧୧ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ହୋଇଥିବା ବେଳେ ବଲାଙ୍ଗୀର , କେନ୍ଦୁଝର, ଯାଜପୁର, କନ୍ଧମାଳ, ରାୟଗଡ଼, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୬୮୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୧୬୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୨୦୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୧୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୩୭୪୬୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *