କଟକ ଆଚାର୍ଯ୍ୟ ହରିହର କ୍ୟାନସର୍ ହସ୍ପିଟାଲରୁ ଆଉ ୫୫ କରୋନା ପଜିଟିଭ୍ ଚିହ୍ନଟ, ଏସସିବିରୁ ୧୧

କଟକ:-ଆଚାର୍ଯ୍ୟ ହରିହର କ୍ୟାନସର୍ ହସ୍ପିଟାଲରେ ଆଉ ୫୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରେ ୧୮ଜଣ ହେଉଛନ୍ତି ରୋଗୀ ଓ ୩୬ ଜଣ ତାଙ୍କ ସମ୍ପର୍କୀୟ ।ଏହାସହ ଜଣେ ନର୍ସ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହପରି ଏସସିବିରୁ ମଧ୍ୟ ୧୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଆଚାର୍ଯ୍ୟ ହରିହର କ୍ୟାନସର୍ ହସ୍ପିଟାଲ ଲିଙ୍କରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୧ରେ ପହଁଚିଛି ।

ନୂଆକରି ଚିହ୍ନଟ ପଜିଟିଭ୍ ବାଦ୍ ଗୁରୁବାର ରାଜ୍ୟରେ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *