ରାଜ୍ୟରେ କରୋନାରୁ ଆରୋଗ୍ୟ ହେଲେ ୮୦୭, ସୁସ୍ଥ ସଂଖ୍ୟା ୨୦ ହଜାର ନିକଟତର

ଭୁବନେଶ୍ଵର:-କ୍ରମାଗତ ଦ୍ଵିତୀୟ ଦିନ ରାଜ୍ୟରେ ୮୦୦ରୁ ଉର୍ଦ୍ଧ୍ଵ ରୋଗୀ କରୋନାକୁ ମାତ୍ ଦେଇଛନ୍ତି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୦୭ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୯୭୪୫କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍‌ ଜରିଆରେ  ବୁଧବାର ଏହାର ସୂଚନା ଦିଆଯାଇଛି।

ସ୍ଵାସ୍ଥ୍ୟ ବିଭାଗ ଅନୁଯାୟୀ ଗଞ୍ଜାମରୁ ସର୍ବାଧିକ ୪୩୧  ସଂକ୍ରମିତ ସୁସ୍ଥ  ହୋଇ ଘରକୁ ଫେରିଛନ୍ତି। ସେହି ପରି କଟକରୁ ୬୨, ରାୟଗଡାରୁ ୪୭, ଗଜପତିରୁ ୩୪, କେନ୍ଦୁଝରରୁ ୨୯, ସୁନ୍ଦରଗଡରୁ ୨୪, ନୟାଗଡରୁ ୨୩, ଯାଜପୁରରୁ ୨୧, କନ୍ଧମାଳରୁ ୧୯ ଓ ବାଲେଶ୍ଵରରୁ ୧୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ଲାଭ କରିଛନ୍ତି।

ସେହି ଭଳି କେନ୍ଦ୍ରାପଡାରୁ ୧୪, ମୟୂରଭଞ୍ଜରୁ ୧୪, ଭଦ୍ରକରୁ ୧୩, ଖୋର୍ଦ୍ଧାରୁ ୧୨, ବରଗଡରୁ ୧୧, ମାଲକାନଗିରିରୁ ୧୦, ବଲାଙ୍ଗିର ଓ ସମ୍ବଲପୁରରୁ ୭  ଲେଖାଏଁ , ଝାରସୁଗୁଡାରୁ ୬, ଢେଙ୍କାନାଳରୁ ୪, ଅନୁଗୁଳରୁ ୩, କୋରାପୁଟ ଓ ପୁରୀରୁ ଜଣେ ଲେଖାଏଁ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏସବୁ ମିଶାଇ ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୦୭ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୦୩ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୩୦୩୭୮ରେ ପହଞ୍ଚିଛି। ଆଜି ସୁସ୍ଥ ହୋଇଥିବା ୮୦୭ ଜଣଙ୍କୁ ମିଶାଇ ରାଜ୍ୟରେ ଅଦ୍ୟାବଧି ଆରୋଗ୍ୟଙ୍କ ସଂଖ୍ୟା ୧୯୭୪୫କୁ ବୃଦ୍ଧି ଘଟିଛି।  ସେହି ଭଳି ଆଜି ଏହି ମହାମାରୀରେ ଆଉ ୧୦ଜଣଙ୍କ ମୃତ୍ୟୁ  ଘଟିଛି। ରାଜ୍ୟରେ ଏ ପର୍ଯ୍ୟନ୍ତ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୯କୁ ବୃଦ୍ଧି ଘଟିଛି।

Leave a Reply

Your email address will not be published. Required fields are marked *