ଗଞ୍ଜାମ ଜିଲ୍ଲାରୁ ଆଉ ୩୨୦ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜଣଙ୍କ ମୃତ୍ୟୁ

ବ୍ରହ୍ମପୁର:- ଗଞ୍ଜାମ ଜିଲ୍ଲାରୁ ପୁଣି ୩୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ଶହେ ଟପିଛି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୯୨କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି ।

ଏଭଳି ସଂଗୀନ୍ ପରିସ୍ଥିତିରେ କୋରନା ମହାମାରୀକୁ ବ୍ରେକ୍ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଲୋକଙ୍କୁ ପୋଲିସ ପକ୍ଷରୁ ମାସ୍କ ପରିଧାନ କରିବା ସହ ସାମାଜିକ ଦୂରତ୍ବ ରକ୍ଷା କରିବାକୁ ସଚେତନ କରାଉଛି ।ଏହାର ନିୟମ ଉଲଂଘନ କରିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ ଲୋକଙ୍କୁ ଅବଗତ କରାଯାଉଛି ।

ସେପଟେ ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ତଦାରଖ ବ୍ୟବସ୍ଥାକୁ କଡାକଡି କରାଯାଇଛି । ଜିଲ୍ଲାରେ କୋରନା ସଂକ୍ରମଣକୁ ବ୍ରେକ୍ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି ।

Leave a Reply

Your email address will not be published. Required fields are marked *