ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା

ସୁନ୍ଦରଗଡ:-ସୁନ୍ଦରଗଡରେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି । ତଳସରା ଥାନା ଅନ୍ତର୍ଗତ ଲୁଲକିଡିହି ବିଛା ଟୋଲିରେ ଯୁବକଙ୍କୁ ହତ୍ୟା କରାଯାଇଛି । ମୃତ ଯୁବକ ହେଲେ କୈଳାଶ ନାଏକ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଶୁକ୍ରବାର ବିଳମ୍ବିତ ରାତିରେ ଘରକୁ ଫେରୁଥିବାବେଳେ ପିଟିପିଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *